ବଲାଙ୍ଗୀରରେ ୨ଟି ନଦୀଗର୍ଭ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ || ଖର୍ଚ୍ଚ ହେବ ୨୯୬.୫୦ କୋଟି

• ଅଙ୍ଗ ନଦୀରେ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି
• ସୁନଗଡ଼ ନଦୀରେ ସିକୁଆଁ ପ୍ରକଳ୍ପ ପାଇଁ ୪୯ କୋଟି

ଭୁବନେଶ୍ୱର: ବଲାଙ୍ଗୀର ଜିଲ୍ଲାର ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ | ଏହି ଦୁଇ ଗୋଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି | ଏହି ପ୍ରକଳ୍ପ ଦୁଇଟି ହେଉଛି, ସୁନଗଡ଼ ନଦୀରେ ସିକୁଆଁ ଓ ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ | ସିକୁଆଁ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୪୯ କୋଟି ଓ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ମଞ୍ଜୁର କରିଛନ୍ତି |

ଏହି ଦୁଇ ପ୍ରକଳ୍ପ ଦ୍ୱାରା ୪ ଗୋଟି ବ୍ଲକର ଲୋକ ଉପକୃତ ହେବେ | ଏହାଛଡ଼ା ଭୂତଳ ଜଳ ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ | ସିକୁଆଁ ପ୍ରକଳ୍ପ ଦ୍ୱାରା ଦେଓଗାଁ ଓ ବଲାଙ୍ଗୀର ବ୍ଲକର ଜନସାଧାରଣ ଉପକୃତ ହେବା ବେଳେ, କୁଟସିଙ୍ଘା ପ୍ରକଳ୍ପ ଦ୍ୱାରା ଡୁଙ୍ଗୁରିପାଲି ଓ ଅଗଲପୁର ବ୍ଲକ୍ ର ଜନସାଧାରଣ ଉପକାର ପାଇବେ |

ରିପୋର୍ଟ: ରାଇଜିଂ ଉତ୍କଳ

Leave a Reply

Your email address will not be published. Required fields are marked *